ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୮୪୨

ଭୁବନେଶ୍ବର: ରାଜ୍ୟରେ ବୁଧବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୪ ଜଣ ମୃତକଙ୍କ ମଧ୍ୟରୁ ନୟାଗଡ଼ର ଓ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଖୋର୍ଦ୍ଧା ଜିଲାରୁ ୩ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୨ ଜଣ ରହିଛନ୍ତି। ପୁରୀ ଜିଲାରୁ ୨ ଜଣ  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି କଟକ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର ଓ ଭଦ୍ରକ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.