ରାଜ୍ୟରେ କରୋନା ନେଲା ଆଉ ୩ ଜୀବନ

ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ହୋଇଛି। ୩ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବର, ରାୟଗଡ଼ ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ ଜିଲାର ମୃତକ ଜଣଙ୍କ ମଧ୍ୟରେ ୫ମାସର ଶିଶୁ ରହିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସେହିପରି ରାଜ୍ୟରେ ଆଜି ୨୩୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୬ ଓ ୯୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ପଜିଟିଭ ସଂଖ୍ୟା ୩, ୨୮, ୭୩୮କୁ ବୃଦ୍ଧି ହୋଇଛି।

Comments are closed.