ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୮୨୫

ଭୁବନେଶ୍ବର: ରାଜ୍ୟରେ ଗୁରୁବାର କରୋନାରେ ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୨୫କୁ ବୃଦ୍ଧି ହୋଇଛି। ୫ ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ଜଗତସିଂହପୁର ଓ ପୁରୀରୁ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.