ଭାରତରେ ୨ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା : ଗତ ୨୪ ଘଣ୍ଟାରେ ୨୧୭ ମୃତ, ୮୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ମହାମାରୀ କରୋନା ସମଗ୍ର ବିଶ୍ଵରେ ଆତଙ୍କ ଖେଳାଇ ଚାଲିଛି । ଭାରତରେ ମଧ୍ୟ କରୋନା ମହାମାରୀ କାୟା ବିସ୍ତାର କରିଚାଲିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତଗତିରେ ବୃଦ୍ଧି ପାଇବାରେ ଲାଗିଛି । ୨୪ ଘଣ୍ଟାରେ ପୁଣି ରେକର୍ଡ ସଂଖ୍ୟକ ୮ ହଜାର ୯୦୯ ମାମଲା ସାମ୍ନାକୁ ଆସିଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨ ଲକ୍ଷ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୬ ହଜାର ନିକଟତର ହୋଇଛି ।

କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମହାମାରୀ କରୋନାରେ ୨୧୭ ଜଣଙ୍କ ପ୍ରାଣହାନୀ ହୋଇଥିବା ବେଳେ ୮ ହଜାର ୯୦୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଭାରତରେ ୨ଲକ୍ଷ ୭ ହଜାର ୬୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧ଲକ୍ଷ ୩୦୩ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫ ହଜାର ୮୧୫ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୧ଲକ୍ଷ ୧ହଜାର ୪୯୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.