ଚିନ୍ତା ବଢ଼ାଉଛି କରୋନା; ଦିନକରେ ୪୩ ହଜାରରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ: କରୋନା ମହାମାରୀ ପୁଣି ଥରେ ଚିନ୍ତା ବଢ଼ାଇବାରେ ଲାଗିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟୁଥିବାରୁ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଯାଇଛି। ପୁଣି ଥରେ ଗୋଟିଏ ଦିନରେ ଆକ୍ରାନ୍ତ ସଂଖ୍ୟା ୪୩ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୮୪୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛି।

ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୯୯ ହଜାର ୧୩୦କୁ ବୃଦ୍ଧି ପାଇଛି। ସେହିପରି ଗତ ୨୪ ଘଣ୍ଟାରେ ୧୯୭ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୭୫୫ରେ ପହଞ୍ଚିଛି। ୧ କୋଟି ୧୧ ଲକ୍ଷ ୩୦ ହଜାର ୨୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.