ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ : ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲାର

ଯାଜପୁର : ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲା ବରି ବ୍ଲକର ୬୨ବର୍ଷୀୟ ପୁରୁଷ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ଏଥିସହିତ ଯାଜପୁର ଜିଲାରେ ଆକ୍ରାନ୍ତଙ୍କ ସଖ୍ୟା ୪୮ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି।

ଆକ୍ରାନ୍ତ ଜଣଙ୍କ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିବା ସୂଚନା ମିଳିଛି।

Comments are closed.