କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାୟକଙ୍କୁ କରୋନା

ନୂଆଦିଲ୍ଲୀ : କେନ୍ଦ୍ର ଆୟୁଷ ଓ ପ୍ରତିରକ୍ଷା ବିଭାଗ ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାୟକ କରୋନା ଭୂତାଣୁ ସଂକ୍ରମିତ ହୋଇଛନ୍ତି। କରୋନା ସଂକ୍ରମିତ ହେବା ସମ୍ପର୍କରେ ବୁଧବାର ଶ୍ରୀ ନାୟକ ଟ୍ୱିଟର ମାଧ୍ୟମରେ ସୂଚନା ଦେଇଛନ୍ତି। ତେବେ ତାଙ୍କ ଠାରେ କରୋନା ସଂକ୍ରମଣର କୌଣସି ଲକ୍ଷଣ ନଥିବାରୁ ସେ ହୋମ ଆଇସୋଲେସନରେ ରହିଛନ୍ତି। ଦୁଇଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କରୋନା ନମୁନା ପରୀକ୍ଷା କରାଇବା ସହ ଆବଶ୍ୟକ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Comments are closed.