ଆଜି ଭୁବନେଶ୍ବରରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୯

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍‌ ୮ ରହିଛି। କ୍ବାରେଣ୍ଟାଇନ୍‌ କେସ୍‌ରୁ ପଟିଆ, ଫରେଷ୍ଟ ପାର୍କ ଓ ପୋଖରିପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରୁ କଳିଙ୍ଗ ନଗର ୩ ଓ ଫରେଷ୍ଟ ପାର୍କ ଅଞ୍ଚଳରୁ ୨ ସମେତ ପୁରୁଣା ଭୁବନେଶ୍ବର, ପୋଖରିପୁଟ ଓ ରସୁଲଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୧୬୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୧୨୧୨ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୦ଜଣ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ୨୪୨ଜଣଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ହୋଇଥିବା ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Comments are closed.