ଭୁବନେଶ୍ବରରେ ଆଜି ୫୮୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୦୪

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ଶହ ମୁହାଁ ହୋଇଛି। ଭୁବନେଶ୍ବରରେ ଆଜି ୫୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୧୧ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍ ୪୭୦ ଚିହ୍ନଟ ହୋଇଛନ୍ତି। ଆଜି କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ ହଜାର ୭୨୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୩ ହଜାର ୨୦୮ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ହଜାର ୨୪୯ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୦ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି ବୋଲି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ପଟିଆ ଅଞ୍ଚଳରୁ ସର୍ବାଧିକ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୁଣା ଭୁବନେଶ୍ବରରେ ୩୫, ଖଣ୍ଡଗିରି ୨୯, ଟଙ୍କପାଣି ରୋଡ ୨୬, ନୟାପଲ୍ଲୀ ୨୪, ଚନ୍ଦ୍ରଶେଖରପୁର ୨୨, ଲକ୍ଷ୍ମୀସାଗର ୧୯, ସୈନିକ ସ୍କୁଲ ୧୫ ଜଣ ଓ ମଞ୍ଚେଶ୍ବର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଭୁବନେଶ୍ବରରୁ ଆଜି କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୪ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।

Comments are closed.