ଭୁବନେଶ୍ବରରେରେ ଆଜି ୭୭୩ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୪୩

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୧୪୦ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୬୩୨ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪୦୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୫୨୨୭ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୮୯୬ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା କରୋନା ଆକ୍ରାନ୍ତରେ ଭୁବନେଶ୍ବରରେ ୨୫୭ଜଣଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।
ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପଟିଆରୁ ସର୍ବାଧିକ ୫୯ ଚିହ୍ନଟ ହୋଇଛନ୍ତି। ସେହିପରି ନୟାପଲ୍ଲୀରୁ ୪୨, ଖଣ୍ଡଗିରି ୪୧, ଚନ୍ଦ୍ରଶେଖରପୁର ୩୨, ପୁରୁଣା ଭୁବନେଶ୍ବର ୨୨, ୟୁନିଟ୍‌ ୯ରୁ ୨୧, ସୁନ୍ଦରପଦା ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍‌ସି ସୂଚନା ଦେଇଛି।

Comments are closed.