ଆଜି ଭୁବନେଶ୍ବରରେ ୨୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୪୧

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍ ୧୦ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୭ ରହିଛି। କ୍ବାରେଣ୍ଟାଇନ୍‌ କେସ୍‌ ମଧ୍ୟରୁ ରସୁଲଗଡ଼ରୁ ୪ଜଣ ଓ ବରମୁଣ୍ଡାରୁ ୨ଜଣ ସମେତ ବଡ଼ଗଡ଼, ପୁରୁଣା ଭୁବନେଶ୍ବର, ଖଣ୍ଡଗିରି ଓ ବିବେକାନନ୍ଦ ମାର୍ଗରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ମଧ୍ୟରୁ ୟୁନିଟ-୮, ପଟିଆ, ବମିଖାଲରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବରମୁଣ୍ଡା, ସିଆର୍‌ପିଏଫ୍‌ ଛକ, ଝାରପଡ଼ା, ନୟାପଲ୍ଲୀ, ପୁରୁଣା ଭୁବନେଶ୍ବର, ପଟିଆ, ପୋଖରିପୁଟ, ରସୁଲଗଡ଼, ଶୈଳଶ୍ରୀବିହାର, ଶିରିପୁର ଓ ୟୁନିଟ୍‌-୯ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ୪୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଯାଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୩୦୭୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୦୧୨୨ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୧୬ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୧୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍‌ କରି ସୂଚନା ଦିଆଯାଇଛି।

Comments are closed.