ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ପୁଣି ୧୧୧୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୪୪୨

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍ସି) ଅଞ୍ଚଳରେ ପୁଣି ୧୧୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍ କେସ୍ ୧୭୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୯୪୪ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ମୋଟ ୪୪୪୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୬୫୪୫ ସୁସ୍ଥ ହୋଇଛନ୍ତି ଏବଂ ୭୫୮୮ଜଣ ବିଭିନ୍ନ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୬୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 30th Apr (till 9am). pic.twitter.com/KY986Py2p5— BMC (@bmcbbsr) April 30, 2021
Comments are closed.