କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨ ମାମଲା, ୮ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୨ଟି ମାମଲା ଦାୟର କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୮ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୭୦୩ ଟି ଗାଡ଼ି ଜବତ ହୋଇଛି ଏବଂ ୨୪,୭୮,୭୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୦,୬୦,୭୯୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୦,୩୯୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୧୪,୦୨୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୭୬୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୫୫୮ ରହିଛି। ୪,୫୫୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.