କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୭ ଗିରଫ, ଜରିମାନା ଆଦାୟ ୨୭,୨୫,୬୭୫ ଟଙ୍କା

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୭ ଜଣ ବ୍ୟକ୍ତିଙ୍କୁ ଗିରଫ, ୬୦୨ ଟି ଗାଡ଼ି ଜବତ ଏବଂ ୨୭,୨୫,୬୭୫ ଟଙ୍କା ଜରିମାନା ଆଦାୟ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୧,୦୨,୬୫୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୦,୮୦୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୧୪,୬୬୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୭୬୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪,୩୨୦ ରହିଛି। ୪,୩୨୦ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments
Loading...