କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୮ ଗିରଫ, ୬୯୨ ଗାଡ଼ି ଜବତ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୋଲିସ ପକ୍ଷରୁ ୮ ଜଣ ବ୍ୟକ୍ତିଙ୍କୁ ଗିରଫ, ୬୯୨ ଟି ଗାଡ଼ି ଜବତ ଏବଂ ୨୨,୫୧,୧୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୫,୦୨,୪୫୧ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୫,୧୪୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୨୦,୨୦୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮୨୫ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୦୬୧ ରହିଛି। ୩,୦୬୧ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments
Loading...