କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୧୭ ଗିରଫ, ଜରିମାନା ଆଦାୟ ୧୯,୫୧,୮୦୦ ଟଙ୍କା

ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୧୭ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେହିପରି କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୫୨୩ ଟି ଗାଡ଼ି ଜବତ ହୋଇଥିବାବେଳେ ୧୯,୫୧,୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୬,୩୫,୯୮୦ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୨୬,୫୯୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩,୨୧,୬୪୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୮୩୯ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩,୦୫୭ ରହିଛି। ୩,୦୫୭ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.