ରାଜ୍ୟରେ ପୁଣି ସୁସ୍ଥ ହେଲେ ୬୬ଜଣ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୩୩୫୭୯୬କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୭୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୩୫୭୯୬କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୨, ବାଲେଶ୍ବର ୬, ଯାଜପୁର ୫, ଜଗତସିଂହପୁର ୪, ସମ୍ବଲପୁର ୪, ସମ୍ବଲପୁର ୪, ଷ୍ଟେଟ୍‌ପୁଲ ୪, କଟକ ୩, ଦେବଗଡ଼ ୩, ମୟୂରଭଞ୍ଜ ୩, ବଲାଙ୍ଗିର ୨ ସମେତ ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.