ରାଜ୍ୟରୁ ଆଉ ୩ହଜାର ୧୪୪କରୋନା ପଜିଟିଭ୍ ଚିହ୍ନଟ

୨୪୪୧୪୨ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୩ହଜାର ୧୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୨୫ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୩୧୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଗୁରୁବାର ଚିହ୍ନଟ ୩ହଜାର ୧୪୪ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୪୧୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.