ରାଜ୍ୟରେ ଆଉ ୨ ହଜାର ୬୯୭ କରୋନା ପଜିଟିଭ ଚିହ୍ନଟ

୨୪୬୮୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ରାଜ୍ୟରେ ଶୁକ୍ରବାର ଆଉ ୨ ହଜାର ୬୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୬ଜଣ ସଙ୍ଗରୋଧରେ ରହିଥିବା ବେଳେ ୧୧୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

Comments are closed.