କରୋନା ନେଲା ୧୪ ଜୀବନ, ମୋଟ ମୃତକ ସଂଖ୍ୟା ୧୭୧୮କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଉଥିଲେ ମଧ୍ୟ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ହ୍ରାସ ପାଉନାହିଁ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୭୧୮କୁ ବୃଦ୍ଧି ପାଇଛି।
୧୪ ଜଣ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଅନୁଗୁଳରୁ ସର୍ବାଧିକ ୪ ଜଣ ଲେଖାଏଁ ଥିବାବେଳେ ବାଲେଶ୍ୱର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ ଏବଂ ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ତେବେ ଏହି ୧୪ ଜଣ ଆକ୍ରାନ୍ତ କରୋନା ସହ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ।
Regret to inform the demise of fourteen numbers of Covid positive patients while under treatment in hospitals.
1.A 87-year-old male of Angul district who was also suffering from Hypertension & CAD.
— H & FW Dept Odisha (@HFWOdisha) November 27, 2020