ରାଜ୍ୟରେ ଆଜି କରୋନା ନେଲା ୧୫ ଜୀବନ, ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୧୦

ରାଜ୍ୟରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଆଜି ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଆଜି ମୃତ୍ୟୁବରଣ କରିଥିବା ୧୨ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୧୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ୫ ଜଣ, ଭୁବନେଶ୍ୱରରୁ ୩ ଜଣ, ମୟୁରଭଞ୍ଜରୁ ୨ ଜଣ ଥିବାବେଳେ ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଙ୍କ୍ରମିତଙ୍କ ମୃତ୍ୟୁ ଘଟିଛି।

Comments are closed.