ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୯୪

ରାଜ୍ୟରେ କ୍ରମାଗତ ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଆଜି ୫୯୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୩୪୩ ଓ ସ୍ଥାନୀୟ ଅଂଚଳରୁ ୨୫୧ ଜଣ ଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ କରିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୨୩୯କୁ ବୃଦ୍ଧି ପାଇଛି। ଗତକାଲି ରାଜ୍ୟରେ ୬୪୪ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୭୩୭ ଜଣ ସୁସ୍ଥ ହୋଇଥିଲେ।

ଆଜି ଚିହ୍ନଟଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ ଥିବାବେଳେ ସୁନ୍ଦରଗଡ ଓ କଟକରୁ ୫୫ ଜଣ ଲେଖାଏଁ ଏବଂ ପୁରୀ ଓ ଅନୁଗୁଳରୁ ୩୭ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ରାଜ୍ୟରେ ୫୭ ଲକ୍ଷ ୭୭ ହଜାର ୫୭୦ଟି ନମୁନା ପରୀକ୍ଷା ହୋଇଥିବା ବେଳେ ୩ ଲକ୍ଷ ୮ ହଜାର ୮୩୯ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ପକ୍ଷରେ ରାଜ୍ୟରେ ଏବେ ୬ ହଜାର ୬୨୯ ଜଣ ସଂକ୍ରମିତ ସକ୍ରିୟ ଚିକିତ୍ସାଧୀନ ଅଛନ୍ତି।

Comments are closed.