ରାଜ୍ୟରେ ଆଉ ୪ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର :ରାଜ୍ୟରେ ମଙ୍ଗଳବାର ଆଉ ୩୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ଆଜି ମୃତ୍ୟୁବରଣ କରିଥିବା ୪ ଜଣଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Comments are closed.