ରାଜ୍ୟରେ ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୪ଜଣ ଚିହ୍ନଟ ହୋଇଥିବାବେଳେ ୧୩୫ଟି ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.