ରାଜ୍ୟରେ ଆଉ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଶୁକ୍ରବାର ଆଉ ୩୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୩୦୨୯ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବାବେଳେ ୧୬୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments
Loading...