ରାଜ୍ୟରେ ଆଉ ୧୯୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୨୨୫୦ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୫ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments
Loading...