ରାଜ୍ୟରେ ଚିହ୍ନଟ ହେଲେ ଆଉ ୨ହଜାର ୬୭୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨ହଜାର ୬୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ରହିଥିବା ବେଳେ ୧୧୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Comments are closed.