ପୁଣି ବଢିଲା ସଂକ୍ରମଣ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୫,୫୩,୬୫୭କୁ ବୃଦ୍ଧି

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଦେଶରେ ମୋଟ୍  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫,୫୩,୬୫୭କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟ​ରେ ଆଉ ୪୫,୯୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସେହିପରି ଆଉ ୪୯୦ଜଣଙ୍କ ମୃତ୍ୟୁ ସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୨୬,୬୧୧ରେ ପହଞ୍ଚିଛି। ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୦୯,୬୭୩ ରହିଛି।

ଅନ୍ୟପକ୍ଷରେ ଦେଶରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୭୯,୧୭,୩୭୩କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟ​ରେ ଆଉ ୪୮,୪୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Comments are closed.