ହ୍ରାସ ପାଉଛି ସଂକ୍ରମଣ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮,୬୪,୮୧୧

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଅନ୍ୟପକ୍ଷରେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୬୮,୧୫୪ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ୧୨,୫୨୬ ସୁସ୍ଥ ହେବା ସହ ମୋଟ ୭୦,୭୮,୧୨୩ ଲୋକ ଆରୋଗ୍ୟ ଲାଭ କାରିଛନ୍ତି। ଆଉ ୫୦ହଜାର ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮,୬୪,୮୧୧ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୫୭୮ଜଣଙ୍କ ମୃତ୍ୟୁ ସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୮,୫୩୪ରେ ପହଞ୍ଚିଛି।

Comments are closed.