ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ   ଦେଶରେ  ମୋଟ କରୋନା ଆକ୍ରା‌ନ୍ତଙ୍କ ​ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୮୬୫କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ଥିବା ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୩ ହଜାର ୪୮୬ ଥିବା ବେଳ ୮୫ ଲକ୍ଷ ୬୨ ହଜାର ୬୪୧ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ୫୧୧ ଜଣଙ୍କର ମୃତ୍ୟୁ ସହ ଦେଶରେ କରୋନା ଜନନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୩ ହଜାର ୭୩୮କୁ ବୃଦ୍ଧି ପାଇଛି।

ଦେଶରେ କରୋନା ମୃତ୍ୟୁ ହାର ୧.୪୬% ରହିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ତୁଳନାରେ ସକ୍ରିୟ ଆକ୍ରାନ୍ତ ହାର ୪.୮୫ ପ୍ରତିଶତ ରହିଛି।

Comments are closed.