ରାଜ୍ୟରେ ଦିନକରେ ୫୮ ହଜାରରୁ ଉର୍ଦ୍ଧ୍ବ ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦିନରେ ୫୮ ହଜାର ୩୩୮ କରୋନା ପରୀକ୍ଷା ହୋଇଛି। ଆରଟିପିସିଆର, ଆଣ୍ଟିଜେନ୍ ଓ ଟ୍ରୁନଟ ମାଧ୍ୟମରେ କରୋନା ପରୀକ୍ଷା କରାଯାଇଛି। ଆରଟିପିସିଆର ଟେଷ୍ଟ ୭ ହଜାର ୮୧୩ ହୋଇଥିବାବେଳେ ଆଣ୍ଟିଜେନ୍ ଟେଷ୍ଟ ୫୦ ହଜାର ୪୪୯ ଓ ଟ୍ରୁନଟ ପରୀକ୍ଷା ୭୬ଟି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

Comments are closed.