କୋଭିଡ୍‌-୧୯: ୨୪ଘଣ୍ଟାରେ ପଜିଟିଭ୍‌ କେସ୍‌ କେବଳ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ

ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୩,୪୭୮ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୧୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୮୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି।

ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୨୬ ରହିଛି। ୪୪୬ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ୍‌-୧୯ ପଜିଟିଭ୍‌ କେସ୍‌ଗୁଡ଼ିକ କେବଳ କ୍ୱାରାଣ୍ଟାଇନ ସେଣ୍ଟରରୁ ହିଁ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ ସୂଚନା ଦେଇଛନ୍ତି।

Comments are closed.