ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମଙ୍ଗଳବାର ଆଉ ୧୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା ୧୨୫ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩୩ ଜଣ, ପୁରୀରୁ ୧୭, କଟକରୁ ୧୪, ମୟୁରଭଞ୍ଜ ଜିଲାରୁ ୧୩, ଗଞ୍ଜାମରୁ ୧୦ ଜଣ, କେନ୍ଦୁଝରରୁ ୯, ଯାଜପୁରରୁ ୮, ନୂଆପଡାରୁ ୬, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ,  ସୁନ୍ଦରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, କନ୍ଧମାଳ ଓ ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.