ରାଜ୍ୟରେ ଆଉ ୪୯୪ କରୋନା ପଜିଟିଭ ଚିହ୍ନଟ : ୧୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୪୯୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧ କେନ୍ଦ୍ରରୁ ୩୨୨ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୭୨ ରହିଥିବା ଜଣାପଡିଛି। ଆଜିର ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୫,୩୯୨ ରେ ପହଞ୍ଚିଥିବାବେଳେ ୧୦, ୪୭୬ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ୪୮୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ଆଜି ୨୩ଟି ଜିଲ୍ଲାରୁ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ଚିହ୍ନଟ ହୋଇଥିବା ୪୯୪ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱରରୁ ୨୧ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୩୮ ଜଣ, ଗଞ୍ଜାମରୁ ୨୪୬ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୬୪ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୯ଜଣ, ପୁରୀରୁ ୨୧ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୩ ଜଣ ଓ ସୁନ୍ଦରଗଡ଼ରୁ ୧୦ ଜଣ ରହିଥିବା ଜଣାପଡିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.