ଭୁବନେଶ୍ୱରରୁ ଆଉ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ : ସଙ୍ଗରୋଧରୁ ୧୪୮, ସ୍ଥାନୀୟ ସଂକ୍ରମଣ ୯୯

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୧୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୧୦୩ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ଵର ମହାନଗର ନିଗମ(ବିଏମସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ଭୁବନେଶ୍ୱରରେ ଏବେସୁଦ୍ଧା ୪୮୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୧୧୮ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୨୩ଜଣ ପ୍ରାଣ ହରାଇଥିବା ବେଳେ ୧୬୯୫ଟି ସକ୍ରିୟ କେସ୍ ରହିଛି ।

Comments are closed.