ରାଜ୍ୟରେ ଆଉ ୨୬୯୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ଆଉ ୨୬୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଜଣ ଚିହ୍ନଟ ହୋଇଥିବାବେଳେ ୧୦୨୩ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ ହଜାର ୭୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ରାଜ୍ୟରେ ବର୍ତ୍ତମାନ ୨୩,୬୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୪୮,୫୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.