ରାଜ୍ୟରେ ଆଉ ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ସୋମବାର ଆଉ ୨୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୨୬ଜଣ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୪୭୯ରେ ପହଞ୍ଚିଛି । ୨୬୬୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୪୦୫ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୮୮ଜଣ, ବରଗଡ ଜିଲ୍ଲାରୁ ୬୨ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୯ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୨୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୪ଜଣ, କୋରାପୁଟ ଜିଲ୍ଲାରୁ ୧୮୧ଜଣ, ମାଲକାନଗିରି ଜିଲ୍ଲାରୁ ୭୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୯୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮୬ଜଣ, ରାୟଗଡା ଜିଲ୍ଲାରୁ ୧୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୪ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୧ଜଣ ରହିଛନ୍ତି।

Comments are closed.