ଭୁବନେଶ୍ବରରୁ ଆଉ ୫୪୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ଭୁବନେଶ୍ୱରରୁ ବୁଧବାର ଆଉ ୫୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୦ ଜଣ ରହିଥିବାବେଳେ ୩୨୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୩୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୭୩ରେ ପହଞ୍ଚିଛି ।  ଏଥିମଧ୍ୟରୁ ୪୨୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୬୯୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ।

Comments are closed.