ଭୁବନେଶ୍ବରରୁ ଆଉ ୩୯୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱରରୁ ରବିବାର ଆଉ ୩୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୨୪୦ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୬ ଜଣ ଚିହ୍ନଟ ହୋଇଥିବାବେଳେ ୨୭୯ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାସହ ୬୦୪ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜଧାନୀରେ ୪ହଜାର ୭୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୧୧ ହଜାର ୪୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୨ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.