ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୧୦ ଜଣଙ୍କ ମୁଣ୍ଡ ନେଲା କରୋନା। ଆଜି ମୃତ୍ୟୁବରଣ କରିଥିବା ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪ ଜଣ, ଭୁବନେଶ୍ବରରୁ ୨ ଜଣ, ଅନୁଗୋଳ, କୋରାପୁଟ, ନୟାଗଡ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Comments are closed.