ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ବର : ଆଜି ରାଜ୍ୟରେ ଆଉ ୯ ଜଣଙ୍କ ମୁଣ୍ଡ ନେଲା କରୋନା। ଆଜି ମୃତ୍ୟୁବରଣ କରିଥିବା ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.