୨୪ ଘଣ୍ଟାରେ ଦେଶରେ ୭୬ ହଜାର ୪୭୨ କରୋନା ଆକ୍ରାନ୍ତ; ୧,୦୨୧ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୭୬ ହଜାର ୪୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ଲକ୍ଷ ୬୩ ହଜାର ୯୭୨ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୨୧ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ  ସଂଖ୍ୟା ୬୨ ହଜାର୫୫୦ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୭ଲକ୍ଷ ୫୨ ହଜାର ୪୨୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୨୬ ଲକ୍ଷ ୪୮ ହଜାର ୯୯୮ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.