ଦେଶରେ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୭୨ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୫ ହଜାର ୭୩୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୭୨ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୫ ହଜାର ୦୬୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୧୯ ହଜାର ୦୧୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୪ ଲକ୍ଷ ୬୫ ହଜାର ୮୬୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।