ଦେଶରେ ୧୪ ଲକ୍ଷ ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୪୯,୯୩୧ ସଂକ୍ରମିତ, ୭୦୮ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ।  ଗତ ୨୪ ଘଣ୍ଟାରେ ୪୯ ହଜାର ୯୩୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪ ଲକ୍ଷ ଟପିଛି। ଏଥିସହ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ଲକ୍ଷ ଲକ୍ଷ ୩୫ ହଜାର ୪୫୩ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୭୦୮ ଜଣଙ୍କ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୩୨ ହଜାର ୭୭୧କୁ ବୃଦ୍ଧି ପାଇଛି। ଦେଶରେ ଏବେ ୪ଲକ୍ଷ ୮୫ ହଜାର ୧୧୪ ଜଣ ସକ୍ରିୟ ରୋଗୀ ଥିବାବେଳେ ୯ ଲକ୍ଷ ୧୭ହଜାର ୫୬୭ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.