ଦେଶରେ ୨୪ ଘଣ୍ଟାରେ ୪୮,୬୬୧ ଆକ୍ରାନ୍ତ ଓ ୭୦୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ।  ଗତ ୨୪ ଘଣ୍ଟାରେ ୪୮ ହଜାର ୬୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୫୨୨ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୭୦୫ ଜଣଙ୍କ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୩୨ ହଜାର ୬୩କୁ ବୃଦ୍ଧି ପାଇଛି। ଦେଶରେ ଏବେ ୪ଲକ୍ଷ ୬୭ ହଜାର ୮୮୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୮ ଲକ୍ଷ ୮୫ ହଜାର ୫୭୬ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.