କୋଭିଡ୍-୧୯: ଓଡ଼ିଶାରେ ମୋଟ ଆକ୍ରାନ୍ତ ୭୩୭, ସୁସ୍ଥ ୧୯୬

ଭୁବନେଶ୍ବର: ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୮୬,୧୪୦ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୭୩୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୯୬ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୩ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫୩୮ ରହିଛି। ୭୧୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ଅଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୫ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୩ ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ସଞ୍ଜୟ କୁମାର ସିଂ ସୂଚନା ଦେଇଛନ୍ତି।

Comments are closed.