ଆଜି ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ଵର : ଆଜି ଚିହ୍ନଟ ହୋଇଥିବା ୧୦୧ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ସରକାର । ସେମାନଙ୍କ ମଧ୍ୟରୁ ୯୦ଜଣ କ୍ୱାରେଣ୍ଟିନରେ ଥିଲେ ଓ ୮ଜଣ କଣ୍ଟେନମେଣ୍ଟ ଅଞ୍ଚଳର ଓ ଅନ୍ୟ ଅଞ୍ଚଳରୁ ୩ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ବାଲେଶ୍ୱରର ଚିହ୍ନଟ ହୋଇଥିବା ୩୨ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ସୁରଟ ଫେରନ୍ତା, ୩ଜଣ ପଶ୍ଚିମବଙ୍ଗ, ୨ଜଣ ବେଙ୍ଗାଲୁର, ଜଣେ କଣ୍ଟେନମେଣ୍ଟ ଅଞ୍ଚଳର ବୋଲି ଜଣାପଡ଼ିଛି । ଅନ୍ୟ ୩ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ର ସମସ୍ତ ୭ପଜିଟିଭ୍ କଣ୍ଟେନମେଣ୍ଟ ଅଞ୍ଚଳର । ଯାଜପୁରର ୭ଜଣ ଆକ୍ରାନ୍ତ ଙ୍କ ମଧ୍ୟରୁ ୫ଜଣ ପଶ୍ଚିମବଙ୍ଗ, ୨ଜଣ ମହାରାଷ୍ଟ୍ରର ଫେରନ୍ତା ହୋଇଥିବା ସୂଚନା ମିଳିଛି । ଏହାସହ କେନ୍ଦୁଝରରୁ ୨ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ  ଆଜି ଚିହ୍ନଟ ହୋଇଥିବା ୧୦୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ସର୍ବାଧିକ ୫୨ଜଣ, ବାଲେଶ୍ୱରରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ଜଣ ଏବଂ କେନ୍ଦୁଝର ଜିଲ୍ଲାରୁ ୨ଜଣ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି । ଏବଂ ଜିଲ୍ଲାରେ ୨୦୯ଟି ଆକ୍ଟିଭ୍‌ କେସ୍‌ ରହିଛି । ବାଲେଶ୍ୱର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧ଜଣ ସୁସ୍ଥ ହୋଇଛନ୍ତି । ୭୯ଟି ଆକ୍ଟିଭ କେସ୍‌ ରହିଛି । ଯାଜପୁର ଜିଲ୍ଲାରେ ୭୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୩୩ଜଣ ସୁସ୍ଥ ହୋଇସାରିଛନ୍ତି । ସେହିପରି ଜିଲ୍ଲାରେ ବର୍ତ୍ତମାନ ୩୮ଟି ଆକ୍ଟିଭ୍‌ କେସ୍ ରହିଛି । ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ରହିଥିବା ବେଳେ ୩୭ଜଣ ସୁସ୍ଥ ହୋଇସାରିଛନ୍ତି ଏବଂ ବାକି ୧୧ଜଣଙ୍କ ଚିକିତ୍ସା ଜାରି ରହିଥିବା ବେଳେ ୨ଜଣଙ୍କ ମୃତ୍ୟୁ ହୋଇଛି । ଭଦ୍ରକରେ ୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ଜଣ ସୁସ୍ଥ ହୋଇସାରିଛନ୍ତି । ଏବଂ ଜିଲ୍ଲାରେ ୧୬ଟି ଆକ୍ଟିଭ୍‌ କେସ୍‌ ରହିଛି । ସେହିପରି ସୁନ୍ଦରଗ଼ଡରେ ୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦ଜଣ ସୁସ୍ଥ ହୋଇସାରିଛନ୍ତି । ଏବଂ ୧୩ଟି ଆକ୍ଟିଭ୍‌ କେସ୍‌ ରହିଛି । ଅନୁଗୋଳ ଜିଲ୍ଲାରେ ୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫ଟି ଆକ୍ଟିଭ୍‌ କେସ୍‌ ରହିଛି । କେନ୍ଦ୍ରାପଡାରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇସାରିଛନ୍ତି । ଏବଂ ଜିଲ୍ଲାରେ ୭ଟି ଆକ୍ଟିଭ୍‌ କେସ୍‌୍ ରହିଛି । ମୟୁରଭଞ୍ଜ ଜିଲ୍ଲାରେ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ଟି ଆକ୍ଟିଭ୍‌ କେସ୍‌ ରହିଛି ।


ସେହିପରି ଜଗତସିଂହପୁରରେ ୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ୫ଜଣ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି । ବୌଦ୍ଧରେ ଚିହ୍ନଟ ହୋଇଥିବା ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ଚିକିତ୍ସାଧୀନ ରହିଛନ୍ତି । କେନ୍ଦୁଝର ଜିଲ୍ଲାରେ ଚିହ୍ନଟ ହୋଇଥିବା ୪ଜଣ କରୋନା ଆକ୍ରାନ୍ତ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି । ପୁରୀରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ସୁସ୍ଥ ହୋଇସାରିଛନ୍ତି । ଏବଂ ବାକି ୩ଜଣଙ୍କ ଚିକିତ୍ସା ଜାରି ରହିଛି । ସେହିପରି କଟକରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ ସୁସ୍ଥ ହୋଇସାରିଛନ୍ତି । ଏବଂ ବାକି ୨ଜଣଙ୍କ ଚିକିତ୍ସା ଜାରି ରହିଛି ।

Comments are closed.