ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୭ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୧୩ହଜାର ନିକଟତର

ଭୁବନେଶ୍ଵର : ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଏଥିସହିତ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା​‌ ୧୨୯୧୦କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୧୧୮ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିଭଳି ନୟାଗଡ଼ ଜିଲାରୁ ୫୩ ଜଣ, କଟକରୁ ୪୪ଜଣ, ସୁନ୍ଦରଗଡ଼ରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତି ୨୨, ଯାଜପୁର ୨୦, ନୂଆପଡା ୧୮, ବାଲେଶ୍ଵର ୧୭, ମୟୁରଭଞ୍ଜରୁ ୧୫, ଅନୁଗୁଳରୁ ୧୧,  କୋରାପୁଟରୁ ୧୧, ମାଲକାନଗିରିରୁ ୯, କେନ୍ଦ୍ରାପଡାରୁ ୯, କେନ୍ଦୁଝରରୁ ୭, ଝାରସୁଗୁଡ଼ା ୬, ବୌଦ୍ଧ ୫, ଦେଓଗଡ଼ ୪, ବରଗଡ଼, ସମ୍ବଲପୁର ଓ ନବରଙ୍ଗପୁରରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ, ଜଗତସିଂହପୁର ଓ ଢେଙ୍କାନାଳରୁ ଜଣେ ଲେଖାଏଁ କରୋନାରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Comments are closed.