ରାଜ୍ୟରେ ଆଜି ସର୍ବାଧିକ ୩ ହଜାର ୩୭୧ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ବୁଧବାର ଆଉ ୩ ହଜାର ୩୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ହଜାର ୫୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୩୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭ ହଜାର ୬୦୨ରେ ପହଞ୍ଚିଛି। ଏଥିମଧ୍ୟରୁ ୨୭ ହଜାର ୬୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ୫୯ ହଜାର ୪୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

Comments are closed.