ରାଜ୍ୟରେ କରୋନା ନେଲା ଆଉ ୧୪ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୭୯୭

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନା ଅନୁଯାୟୀ, ଆଜି କରୋନାରେ ୧୪ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଟର ଜିଲାରୁ ସର୍ବାଧିକ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଖୋର୍ଦ୍ଧା ଜିଲାରୁ ୩ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୨ ଜଣ ରହିଛନ୍ତି। ଯାଜପୁର ଓ ପୁରୀ ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

Comments are closed.